May 8, 2024

ଆଜିର ରାଶିଫଳ

1 min read

ମେଷ: କନ୍ୟା, ପୁତ୍ରାଦି ଲାଭ କରି ପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି। ଧାର୍ମିକ ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ କରିପାରନ୍ତି।

ବୃଷ: ଉଦାର ସ୍ୱଭାବର ହେବେ। ଦାତାପଣେ ପତାକା ଉଡ଼ାଇବାରେ ସକ୍ଷମ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ।

ମିଥୁନ: ରୋଜଗାର ମଧ୍ୟମ ଧରଣର ହେବ। ପ୍ରଶଂସିତ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଧର୍ମ ପରାୟଣ ହେବେ। ମିଷ୍ଟଭାଷୀ ହେବେ। ମେଳାପୀ ପ୍ରକୃତିର ହୋଇପାରନ୍ତି। ଥଣ୍ଡା କଫରେ ପୀଡ଼ିତ ହେବେ। ପ୍ରେମୀ ଓ ସାହସୀ ହେବେ।

କର୍କଟ: ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ପତ୍ନୀ ସୁହାଗ ରହିବ। ମିତ୍ର ସୁଖ ମିଳିପାରେ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁ ରୂପ ହେବ। ରୁଚିକର ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଶରୀର ସୁସ୍ଥ ରହିବ। ବ୍ୟବସାୟ ସୁଖୀ ହେବେ। ମାଲିମୋକଦମାରେ ଜିଣି ଧନଲାଭ କରିପାରନ୍ତି।

କନ୍ୟା: ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି। ଏକାନ୍ତ ପ୍ରିୟ ହେବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ତୁଳା: ମନ ପ୍ରସନ୍ନ ରହିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଯଶସ୍ୱୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହୋଇପାରେ। ଲୋକପ୍ରିୟତା ଅର୍ଜନ କରିବେ। ଗୃହକାର୍ଯ୍ୟରେ ପତ୍ନୀର ସହାୟତା ପାଇବେ।

ବିଛା: ଅନ୍ୟକୁ ସାହାଯ୍ୟ କରିପାରନ୍ତି; ମାତ୍ର ନିଜେ ଉପକୃତ ହେବା କଷ୍ଟ ସାଧ୍ୟ। ବଂଶ-ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ବିଭାଗୀୟ ସମର୍ଥନ ମିଳିବ। ବ୍ୟବସାୟ ଲାଭ ଜନକ ହେବ। ପରିବାର ସୁଖ ମିଳିବ।

ଧନୁ: ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ସେବା ମନୋଭାବର ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ସୁଖ-ଶାନ୍ତିରେ ଅତିବାହିତ ହେବ। ସୁଖ ସମୃଦ୍ଧିର ମୂଳଦୁଆ ପଡ଼ିବ। ବିଦ୍ୱାନ ଓ ସାହସୀ ହୋଇପାରନ୍ତି।

ମକର: ଆର୍ଥିକ ସମସ୍ୟା ଦେଖା ଦେଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରିତ୍ୟାଗ କଲେ ସଫଳତା ପାଇବେ। ଭାଗ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ନକରିବା ଭଲ।

କୁମ୍ଭ: ବନ୍ଧୁ ମିଳନ ଘଟିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ସାମୟିକ ଭାବେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀ ପରାମର୍ଶ ଦାତା ହେବେ।

ମୀନ: ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳଶାଳୀ ହେବେ। ଶତ୍ରୁ ଦମନ କରିବେ; ମାତ୍ର ବହୁ କଷ୍ଟରେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.