ଆସନ୍ତାକାଲି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ
1 min readଆ.ଓ.ରି(ତା୧୮|୫)-ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in ୱେବସାଇଟ୍ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଦେଖିପାରିବେ।
ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୯୦ହଜାର ୬୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୩ ହଜାର ୫୨୩ଜଣ ପାସ୍ କରିଥିଲେ। ପାସ୍ ହାର ଥିଲା ୮୧.୧୧ ପ୍ରତିଶତ।