April 25, 2024

ଶପଥ ଗ୍ରହଣ ପରେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଦୁଇ ଓଡ଼ିଆ ମନ୍ତ୍ରୀ

1 min read

ଆଓରି-ନୂଆଦିଲ୍ଲୀ(୩୧/୦୫) : ନରେନ୍ଦ୍ର ମୋଦି ସରକାରରେ ଦୁଇ ଓଡ଼ିଆ ମନ୍ତ୍ରୀ ପଦ ପାଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରତାପ ଷଡ଼ଙ୍ଗୀ ଗତକାଲି ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିଛନ୍ତି ।

ଏହାପରେ ଆଜି ସକାଳେ ଦିଲ୍ଲୀସ୍ଥିତ ହଜ୍‌ଖାସ୍‌ ଗାଁରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ । ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଧର୍ମପତ୍ନୀ ଶ୍ରୀମତୀ ମୃଦୁଳା ପ୍ରଧାନ ମଧ୍ୟ ସାମିଲ ଥିଲେ ।

ବାଲେଶ୍ୱର ଲୋକସଭା ସାଂସଦ ପ୍ରତାପ ଷଡ଼ଙ୍ଗୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା ମଧ୍ୟ କରିଛନ୍ତି ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.