ଶ୍ରମିକ ଦିବସ


ଆ.ଓ.ରି(ତା୧|୫)-

ମଇ ପହିଲା ହେଉଛି ବିଶ୍ଵ ଶ୍ରମିକ ଦିବସ ବା ମଇ ଦିବସ । ପୃଥିବୀର ଅନ୍ୟାନ୍ୟ ଦେଶରେ ଏହା ଆନ୍ତର୍ଜାତିକ ଶ୍ରମ ଦିବସ ନାମରେ ମଧ୍ୟ ପାଳିତ ହୁଏ ।

୮ ଘଣ୍ଟା କାର୍ଯ୍ୟ ସମୟ ଦାବୀରୁ ଜନ୍ମ ନେଲା ବିଶ୍ଵ ଶ୍ରମିକ ଦିବସ । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ଵ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ । ୧୮୮୪ ମସିହାଠାରୁ ଏହି ଦାବୀ ନେଇ ଧାରାବାହିକ ଆନ୍ଦୋଳନ ଆମେରିକାରେ ଚାଲିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ଵର ସମସ୍ତ ସ୍ଵାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା । ଯୁକ୍ତରାଷ୍ଟ୍ର ଆମେରିକାର ବାଲ୍ଲିମୋର ସହରରେ ୧୮୬୬ ମସିହା ଅଗଷ୍ଟ ୨୦ ତାରିଖରେ ଷାଠିଏଟି ୟୁନିୟନର ପ୍ରତିନିଧିମାନେ ଏକତ୍ରିତ ହୋଇ ଆଠଘଣ୍ଟା ଶ୍ରମ ଦିବସ ପାଇଁ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଗ୍ରହଣ କରିଥଲେ । ନ୍ୟାସନାଲ ଲେବର ୟୁନିୟନ ମଧ ପୁଞ୍ଜିବାଦୀ ଦାସତ୍ଵରୁ ଶ୍ରମଜୀବୀମାନଙ୍କୁ ମୁକ୍ତ କରାଇବା ପାଇଁ ଲକ୍ଷ୍ୟ ରଖିଥଲା । ୧୮୬୮ରେ ଯୁକ୍ତରାଷ୍ଟ୍ର ଆମେରିକାର କଂଗ୍ରେସ ଆଠଘଣ୍ଟା ଶ୍ରମଦିବସକୁ ଗ୍ରହଣ କରିଥଲା । ପ୍ରଥମ ଆନ୍ତର୍ଜାତିକର ଜେନିଭା ଅଧିବେଶନ ମଧ୍ୟ ଉକ୍ତ ପ୍ରସ୍ତାବକୁ ଗ୍ରହଣ କରିଥଲା ।