Fri. Sep 18th, 2020

NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

1 min read

ଆଓରି-ଭୁବନେଶ୍ଵର(୨୫/୦୮) : NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। କରୋନା ଯୋଗୁଁ ପରୀକ୍ଷା କେନ୍ଦ୍ରକୁ ଯାଇ ପରୀକ୍ଷା ଦେବା ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବା ଅସୁବିଧା ହେବ । ଅପରପକ୍ଷରେ ବିଭିନ୍ନସ୍ଥାନରେ ସଟ୍‌ଡାଉନ୍ ଓ ଲକ୍ ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ଚିଠିରେ ଉଲ୍ଲେଖ ରହିଛି। ଏହି ସମସ୍ତ ଅସୁବିଧାକୁ ଦୃଷ୍ଟିରେ ରଖି ନିଟ୍ ଓ ଜେଇଇ ପରୀକ୍ଷାକୁ ଘୁଞ୍ଚାଯାଉ ବୋଲି ନବୀନ ଅନୁରୋଧ କରିଛନ୍ତି ।

ବଢ଼ି ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତ୍ୟେକ ଦିନ ରାଜ୍ୟରୁ ୨ହଜାରରୁ ଅଧିକ ପଜିଟିଭ ଚିହ୍ନଟ ହେଉଛନ୍ତି । ଏଭଳି ସମୟରେ ଏହାକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ଜେଇଇ (ମେନ) ପରୀକ୍ଷା ଏପ୍ରିଲ ମାସ ୫ ତାରିଖରେ ହେବାକୁ ଥିବାବେଳେ ଏନଇଇଟି ପରୀକ୍ଷା ମେ ୩ ତାରିଖରେ ହେବାର ଥିଲା ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.