April 19, 2024

ଆଜିର ରାଶିଫଳ

1 min read
Today-Horoscope-Aajira-Odisha

ମେଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବିଜୟୀ ହେବେ।

ବୃଷ: ମା’ଙ୍କ ସ୍ବାସ୍ଥ୍ୟ ନେଇ ଚିନ୍ତିତ ହୋଇପାରନ୍ତି। ବାଧା ବିଘ୍ନଙ୍କୁ ଏଡ଼ାଇ କାର୍ଯ୍ୟରେ ଆଗୁସାର ହେବେ। ଏଥିପାଇଁ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଚଞ୍ଚଳ ସ୍ବଭାବର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ। ମିଠାକଥାରେ ପରକୁ ଆପଣାର କରିବେ।

ମିଥୁନ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷରୁ ଅର୍ଥ ମିଳିବ।

କର୍କଟ: ଭ୍ରମଣ ସୁଖଦାୟକ ହେବ। କୁଳ ଉଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।

ସିଂହ: ସେବା-ପୂଜାର ପ୍ରତୀକ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା: ବ୍ୟୟଭାର ବୃଦ୍ଧି ହୋଇପାରେ। ସତର୍କ ନ ରହିଲେ କାର୍ଯ୍ୟରେ ସାମୟିକ ଭାବେ କେହି ବାଧା ଦେବାକୁ ଉଦ୍ୟମ କରିବେ। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।

ତୁଳା: ବିଭିନ୍ନ ସ୍ତରରୁ ସହଯୋଗ ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ଅବିବାହିତଙ୍କର ମନୋରମା କନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହେବ। ସମାଜସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ଉପଦେଶ କାର୍ଯ୍ୟରେ ଲାଗିବ।

ବିଛା: ମନୋବଳ ଦୃଢ଼ ରହିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ଊଣାହେବ ନାହିଁ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭ ପ୍ରାପ୍ତ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସା ଲାଭ କରିବେ।

ଧନୁ: ଉପୁଜି ଥିବା ଅଶାନ୍ତିର ପରିସମାପ୍ତି ଘଟିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ। ବ୍ୟବସାୟରେ ପ୍ରଚୁର ଲାଭ ହେବ।

ମକର: ଦୀର୍ଘ ଦିନର ଇଚ୍ଛା ପୂରଣ ହୋଇପାରେ। ଶ୍ରମ ସାର୍ଥକ ହେବ। ଉଦାର ପ୍ରକୃତିର ହେବେ। ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ଯୁକ୍ତ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳପ୍ରତି ଆଦର ପ୍ରେମୀ ହେବେ।

କୁମ୍ଭ: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ। ଶ୍ରମକାତର ନ ହୋଇ ଆଗକୁ ବଢ଼ିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ଭାବେ ଅଧସ୍ତନଙ୍କର ପ୍ରିୟପାତ୍ର ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଉପୁଜି ପାରେ। ପ୍ରେମୀ ଓ ସାହସୀ ହେବେ।

ମୀନ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିବେ। ପତ୍ନୀସ୍ନେହୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.