May 1, 2024

ଆଜିର ରାଶିଫଳ

1 min read
Today-Horoscope-Aajira-Odisha

ମେଷ: ପରୋପକାରୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହେବେ। ଉଦ୍ୟୋଗୀ ଓ ସମ୍ପତ୍ତିବାନ୍‍ ହେବେ।

ବୃଷ: ଆପଣଙ୍କ ଗୋପନ କାର୍ଯ୍ୟ ପ୍ରକାଶ ପାଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ପାଇଁ ସତର୍କ ହେବେ।

ମିଥୁନ: ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରନ୍ତି। ବନ୍ଧୁ ସହାୟତା ପାଇ ଉତ୍ସାହ ଦ୍ୱିଗୁଣିତ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ: ସୁଯୋଗର ଉପଯୋଗ କରି କୃତକାର୍ଯ୍ୟ ହେବେ। ଶତ୍ରୁ ବୃଦ୍ଧି ହେତୁ ସତର୍କ ରହିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚାକିରି କ୍ଷେତରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ସିଂହ: ଧର୍ମ ଭାବନାରୁ ଶାନ୍ତି ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ନିର୍ଭୀକଭାବେ ଜୀବନ-ଯାପନ କରିବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ସୁଶୀଳା ପତ୍ନୀ ଆଜ୍ଞାକାରିଣୀ ହେବେ।

କନ୍ୟା: ଶତ୍ରୁ ଚିନ୍ତାରେ ଘାରି ହେବେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ବ୍ୟକ୍ତିତ୍ୱ ବିକଶିତ ହେବ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମ ଉପରେ ଗୁରୁତ୍ୱ ଦେବେ। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧମାନ୍‍ ହେବେ। ଯାନବାହନ ସୁଖ ମିଳିବ।

ତୁଳା: କାହା ଉପରେ ନିର୍ଭରଶୀଳ ହେବେ ନାହିଁ। ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହୋଇପାରନ୍ତି। ସ୍ମିତ ହାସ୍ୟଯୁକ୍ତ ହେବେ। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ, ସାହସୀ ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।

ବିଛା: ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଆପଣଙ୍କ ବ୍ୟକ୍ତିତ୍ୱ ଉପରେ ଅନ୍ୟମାନେ ହାର ମାନିବେ। ପରଦେଶୀବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିବାଦରେ ବିଜୟୀ ହେବେ।

ଧନୁ: ସୁଖ-ସମ୍ମାନ ଲାଭ କରିପାରନ୍ତି। ଆୟ ଆଶାନୁରୂପ ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ ଓ ତତ୍‍ଜନିତ ଧନଲାଭ ହେବ। ଧନ-ସମ୍ପଦ ଭରପୂର ରହିବ। ବିଦ୍ୱାନ୍‍, ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ।

ମକର: ନିଜ କର୍ମରେ ଛନ୍ଦି ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତ ପ୍ରିୟ ଓ ନେତ୍ରରୋଗୀ ହୋଇପାରନ୍ତି। ଶାନ୍ତ ଓ ସରଳଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସତ୍‍କର୍ମରେ ବ୍ୟୟବୃଦ୍ଧି ହେବ।

କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଆୟ ଆଶାନୁରୂପ ହେବ। ବିଭାଗୀୟ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।

ମୀନ: ସୁଖ-ସମ୍ମାନ ଲାଭ କରିପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସରକାରୀ କୃପା ଲାଭ କରିବେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.