April 20, 2024

ଆଜିର ରାଶିଫଳ

1 min read
Aajira-Odisha

ମେଷ: କୀର୍ତ୍ତିମାନ ହେବେ। ଦେବ-ବ୍ରାହ୍ମଣମାନଙ୍କ ପ୍ରତି ଭକ୍ତିଭାବ ରହିବ। ପୂର୍ବାହ୍ଣରେ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ମାନସିକ ଅଶାନ୍ତି ଉପୁଜି ପାରେ। ଅର୍ଥ ନଷ୍ଟ ଓ ସ୍ୱାସ୍ଥ୍ୟ ହାନି ଘଟିବ।

ବୃଷ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସହାୟତା ପାଇ ଲାଭବାନ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ମିଥୁନ: ବିବାଦୀୟ ପରିସ୍ଥିତି ଉପୁଜି ପାରେ। ଅଯଥା ବିତର୍କରେ ଭାଗ ନ ନେବା ଉଚିତ୍‍। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ଛଳତାପୂର୍ଣ୍ଣ କଥା କହି ଅନ୍ୟମାନଙ୍କୁ ବଶ କରି ପାରନ୍ତି। ବନ୍ଧୁଙ୍କ ବିରୋଧରେ ସମ୍ମୁଖୀନ ହେବେ।

କର୍କଟ: ଅର୍ଥ ବିନିଯୋଗ କଲେ ବ୍ୟବସାୟରେ ଲାଭବାନ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ସିଂହ: କର୍ମକ୍ଷେତ୍ରରେ ଶାନ୍ତି ମିଳିବ। ଶୁଭଖବର ପାଇ ଖୁସି ହେବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।

କନ୍ୟା: ପୁରାତନ ଘଟଣାର ପ୍ରତିଶୋଧ ନେଇପାରନ୍ତି। ସେବା ମନୋଭାବ ଜାଗ୍ରତ ହୋଇପାରେ। କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ପାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ କ୍ଷେତ୍ରରେ ଓ ପ୍ରତିଯୋଗିତାରେ ବିଜୟୀ ହେବେ।

ତୁଳା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅର୍ଥାଭାବ ଦେଖାଦେବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ସ୍ୱାଭିମାନୀ ହୋଇପାରନ୍ତି। କେବଳ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ।

ବିଛା: ସୁ ସମ୍ବାଦ ପାଇ ଖୁସି ହେବେ। ବିଭିନ୍ନ ସ୍ତରରୁ ସହାୟତା ମିଳିବ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇ ସମୟ ଅନୁକୂଳ ରହିଛି। ଆନନ୍ଦ ଉପଭୋଗ କରିବେ। ଉତ୍ତମ ଭୋଜନ ମିଳିବ।

ଧନୁ: ଶତ୍ରୁକୁ ପରାଜିତ କରି ଆଶ୍ୱସ୍ତ ହେବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଶୁଭ ଖବର ପାଇ ଉତ୍‍ଫୁଲ୍ଲିତ ହେବେ। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ। ସୁଖୀ ହେବେ।

ମକର: ଅର୍ଥ ପ୍ରାପ୍ତିର ସୁଯୋଗ ଜୁଟିଛି। ଆଶ୍ୱସ୍ତି ମିଳିବ। ପଢ଼ାପଢ଼ିରେ ମନୋନିବେଶ କରିବେ। ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତିି। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି।

କୁମ୍ଭ: କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ। ଆସ୍ତିକ ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ତ୍ୱରାନ୍ୱିତ ନେଇ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ।

ମୀନ: ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ପ୍ରଶସ୍ତ ରହିଛି। ଦିଅଁ ଦର୍ଶନ କରିବାର ସୌଭାଗ୍ୟ ଉଦୟ ହୋଇଛି। ଅଶାନ୍ତିର ଉପଶମ ହେବ। ବିବାଦୀୟ କ୍ଷେତ୍ରରେ ବିଜୟ ହାସଲ କରିପାରନ୍ତି। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ସକ୍ଷମ ହେବେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.