ଆଜିର ରାଶିଫଳ

Aajira-Odisha

ମେଷ: ସୁଚିନ୍ତିତ ମତବ୍ୟକ୍ତ କରିପାରନ୍ତି। ଆଶାବାଦୀ ହେବେ। ଭାଗ୍ୟର ପରିବର୍ତ୍ତନ ଘଟିବ। ବିଭିନ୍ନ ଦିଗରୁ ଧନାଗମ ହେବ। ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ ଓ ଶାନ୍ତିପ୍ରିୟ ହେବେ।

ବୃଷ: ତୃପ୍ତିକର ଭୋଜନରେ ଆପ୍ୟାୟିତ ହେବେ। ଆତ୍ମ ସନ୍ତୋଷ ଲାଭ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୈନିକମାନେ ଦୁଃସାହସିକ ପଦକ୍ଷେପ ନେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଲୋକପ୍ରିୟ ହେବେ।

ମିଥୁନ: ବିଚାର-ବିମର୍ଶପୂର୍ବକ କାର୍ଯ୍ୟ ସଂପାଦନ କରିପାରନ୍ତି। ଅନାଦର ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷୀ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସାହସୀ ହୋଇପାରନ୍ତି।

କର୍କଟ: ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୁଯୋଗ ଅଛି। ଯାନବାହନ ସୁଖ ମିଳିବ।

ସିଂହ: ବ୍ୟବସାୟ ଲାଭଜନକ ହେବ। କର୍ମ ଚଞ୍ଚଳ ରହିପାରନ୍ତି। କୁଳ ଉଦ୍ଧାରକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।

କନ୍ୟା: ଦେବ ଦର୍ଶନ କରିବାର ସୌଭାଗ୍ୟ ଅଛି। ପରୋପକାରୀ ହେବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସରେ ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ଧର୍ମାତ୍ମା, ସାହସୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ତୁଳା: ଖର୍ଚ୍ଚାନ୍ତ ହୋଇପାରନ୍ତି। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟରେ ଲାଭବାନ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚ ସ୍ଥାନ ଆରୋହଣ ଓ ଯାନବାହନ ପ୍ରତି ସତର୍କ ହେବେ।

ବିଛା: ବ୍ୟବସାୟ ଲାଭଜନକ ହେବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ କାର୍ଯ୍ୟ କରିବାକୁ ପଡ଼ିବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ସୁପରାମର୍ଶରେ ଚଳିଲେ କୃତକାର୍ଯ୍ୟ ହେବେ।

ଧନୁ: ଅବିଶ୍ରାନ୍ତ କାର୍ଯ୍ୟ କରି ଚାଲିବେ। ମନରେ ଉଦ୍‍ବେଗ ଜାତ ହୋଇପାରେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳଶାଳୀ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

ମକର: ପରିଶ୍ରମ କରି କାର୍ଯ୍ୟ ଦକ୍ଷତା ପ୍ରତିପାଦନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ତେଜସ୍ୱୀ ହେବେ।

କୁମ୍ଭ: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ ହେବେ।

ମୀନ: ଦୈବୀ ଶକ୍ତିରେ ପରିଚାଳିତ ହେବେ। ଆପଣଙ୍କ ପରିଶ୍ରମ ମୂଲ୍ୟାଙ୍କନ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ବିବାଦରେ ବିଜୟୀ ହେବେ।