Thu. May 6th, 2021

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ

1 min read
aajira adisha covid-19

ଆଓରି-ଭୁବନେଶ୍ବର(୦୫/୦୫):ରାଜ୍ୟରେ ଚିନ୍ତା ବଢାଉଛି କରୋନା ସଂକ୍ରମଣ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ମୁହାଁ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୫୬୧୧ଜଣ ସଙ୍ଗରୋଧରୁ ଓ ୪୨୭୮ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୬ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ ଓ ରାୟଗଡାର ୨ ଜଣ ଲେଖାଏଁ ଏବଂ ପୁରୀ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.