Thu. May 6th, 2021

ରାଜ୍ୟରେ ପୁଣି କରୋନା ରେକର୍ଡ

1 min read
aajira odisha

ଆଓରି-ଭୁବନେଶ୍ୱର(୨୪/୦୪):ପୁଣି ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନାର ଦୈନିକ ସଂକ୍ରମଣ । ଗୋଟିଏ ଦିନରେ ପୁଣି ୬ ହଜାର ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୬୬୪୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୬୬୪୭ ଜଣ ନୂଆ କରୋନା ସଂକ୍ରମିତଙ୍କ ମଧ୍ୟରୁ ସ୍ଥାନୀୟ ମାମଲା ୨୭୯୨ଟି ହୋଇଥିବାବେଳେ ୩୮୫୫ଟି କ୍ଵାରେଣ୍ଟିନ ମାମଲା ବୋଲି ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୮ ଏବଂ ନୂଆପଡ଼ାରୁ ୫୫୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ଆଜି ମଧ୍ୟ ୮ଜଣଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର, କଟକ ଏବଂ ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.