Thu. May 6th, 2021

ଦେଶରେ କରୋନାର ନୂଆ ରେକର୍ଡ

1 min read
aajira odisha

ଆଓରି-ନୂଆଦିଲ୍ଲୀ(୨୮/୦୪): ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଇବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୦ ହଜାର ୯୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୯୭,୨୬୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୨୯୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୧ ହଜାର ୧୮୭ରେ ପହଞ୍ଚିଛି। ଦିନକରେ ୨,୬୧,୧୬୨ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ମୋଟ ୧,୪୮,୧୭,୩୭୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୯,୭୮,୭୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.