Thu. May 6th, 2021

୨୪ ଘଣ୍ଟାରେ ଭାରତରେ ୩ ଲକ୍ଷ ୫୨ ହଜାର କୋଭିଡ୍‌-୧୯ ସଂକ୍ରମଣ

1 min read
aajira odisha

ଆଓରି-ନୂଆଦିଲ୍ଲୀ(୨୬/୦୪) :ଦେଶରେ କରୋନା ଭାଇରସ୍‌ ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୫୨ ହଜାର ଉପରେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୨,୯୯୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୮୧୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୭୩,୧୩,୧୬୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨,୮୧୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୯୫,୧୨୩ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.