Thu. May 6th, 2021

ରାଜ୍ୟରେ ୨୪ଘଣ୍ଟା ଭିତରେ ୬,୯୯୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

1 min read
aajira adisha covid-19

ଆଓରି-ଭୁବନେଶ୍ୱର(୨୯/୦୪): ରାଜ୍ୟରେ ୨୪ଘଣ୍ଟା ଭିତରେ ୬,୯୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪,୦୫୪ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨,୯୪୪ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୩୫ହଜାର ୫ଶହ ୧୩କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୩ଲକ୍ଷ ୭୫ହଜାର ୭ଶହ ୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ରାଜ୍ୟରେ ୫୭ହଜାର ୭ଶହ ୧୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେହିପରି କରୋନା କାରଣରୁ ୨୪ଘଣ୍ଟା ଭିତରେ ୧୨ଜଣଙ୍କର ମୃତ୍ୟୁ ହୋଇଛି । ୨୪ଘଣ୍ଟା ଭିତରେ ୪୪ହଜାର ୬୪ଟି ନମୁନା ପରୀକ୍ଷା କରାଯାଇଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.