Thu. May 6th, 2021

ଦେଶରେ ଦିନକରେ ୩,୮୬,୪୫୨ ନୂଆ ଆକ୍ରାନ୍ତ

1 min read
aajira adisha covid-19

ଆଓରି-ନୂଆଦିଲ୍ଲୀ(୩୦/୦୪):ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୮୬,୪୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକରେ କରୋନା ଆକ୍ରାନ୍ତ ସଂଖ୍ୟାରେ ଦେଶରେ ନୂଆ ରେକର୍ଡ ସୃଷ୍ଟିହୋଇଛି। ସେହିଭଳି କରୋନାରେ ୩୪୯୮ ଜଣଙ୍କର ମୃତ୍ୟୁ ଘଟିଛି। ଗତ ପ୍ରାୟ ଏକ ସପ୍ତାହ ଧରି ଦେଶରେ ଦୈନିକ ୩ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୭,୬୨,୯୭୬କୁ ବୃଦ୍ଧିପାଇଛି। ସେହିଭଳି କରୋନା ଜନିତ ମୃତ୍ୟୁସଂଖ୍ୟା ୨,୦୮,୩୩୦ରେ ପହଞ୍ଚିଛି। ଦେଶରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୫୩,୮୪,୪୧୮ ଜଣ ଆରୋଗ୍ୟଲାଭ କରିସାରିଛନ୍ତି ଏବଂ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୧,୭୦,୨୨୮ ରହିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.